ରାଜ୍ୟରେ ମାଳ ମାଳ ସୁନା ଖଣି, ମନ୍ତ୍ରୀ କହିଲେ ଏହି ଜିଲ୍ଲାମାନଙ୍କରେ ସୁନା ଥିବା ଅନୁମାନ

Advertisment

ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲି ଅଞ୍ଚଳ, କେଉଁଝର ଜିଲ୍ଲାର ଗୋପୁର-ଜଳଡ଼ିହି ଅଞ୍ଚଳ ଓ ମୟୂରଭଞ୍ଜ ଜିଲ୍ଲାର ମଦନସାହି-କାଞ୍ଜିଆ ଅଞ୍ଚଳରେ ସୁନାପଥର ଥିବା ସନ୍ଧାନ ମିଳିଛି ।

ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲି ଅଞ୍ଚଳ, କେଉଁଝର ଜିଲ୍ଲାର ଗୋପୁର-ଜଳଡ଼ିହି ଅଞ୍ଚଳ ଓ ମୟୂରଭଞ୍ଜ ଜିଲ୍ଲାର ମଦନସାହି-କାଞ୍ଜିଆ ଅଞ୍ଚଳରେ ସୁନାପଥର ଥିବା ସନ୍ଧାନ ମିଳିଛି ।

Gold mines

Gold mines Photograph: (KanakNews)

କନକ ବ୍ୟୁରୋ: ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲି ଅଞ୍ଚଳ, କେଉଁଝର ଜିଲ୍ଲାର ଗୋପୁର-ଜଳଡ଼ିହି ଅଞ୍ଚଳ ଓ ମୟୂରଭଞ୍ଜ ଜିଲ୍ଲାର ମଦନସାହି-କାଞ୍ଜିଆ ଅଞ୍ଚଳରେ ସୁନାପଥର ଥିବା ସନ୍ଧାନ ମିଳିଛି । ଏଠାରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି । ଏହାବାଦ ଓଡିଶା ଖଣି ନିଗମ ଦ୍ବାରା ବିଭିନ୍ନ ପର୍ଯ୍ୟାୟରେ ପ୍ରାରମ୍ଭିକ ଅନୁସନ୍ଧାନ ପରେ ନିମ୍ନ ଲିଖିତ ସ୍ଥାନ ଗୁଡିକରେ ସୁନା ଥିବା ଅନୁମାନ କରାଯାଉଛି । କେନ୍ଦୁଝର ଜିଲ୍ଲା - ଗାଜିପୁର, ସଲେଇକଣା, ଡିମିରିମୁଣ୍ଡା  ।

ଅଧିକ ପଢନ୍ତୁ; ରାଜ୍ୟର କେଉଁଠି ଅଛି ସୁନା ଖଣି? ମନ୍ତ୍ରୀ କହିଲେ....

ମୟୂରଭଞ୍ଜ ଜିଲ୍ଲା - ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମରେଡ଼ିହି ଓ ସୁଲେଇପାଟ ଏବଂ ବାଦାମ ପାହାଡ ଅଞ୍ଚଳ,  ସୁନ୍ଦରଗଡ ଜିଲ୍ଲା -ଦିଗଝରଣ, ମାଲଡ଼ିହି, ଘୋଗର ଓ ଗିରିଙ୍ଗିକେଳା  । କୋରାପୁଟ ଜିଲ୍ଲା - ରୋଙ୍ଗପନ୍ତ, ଗାରିଆ ଓ ଦଶମନ୍ତପୁର, ମାଲକାନଗିରି ଜିଲ୍ଲା- ସୁନାପଦର, କ୍ୟାଙ୍ଗ ଓ ଗୋବିନ୍ଦପଲ୍ଲୀ, ଅନୁଗୁଳ ଜିଲ୍ଲାର ମାଙ୍କଡଚୁଆଁ, ଟିକିର, ସୋମାକୋଇ, ବୌଦ୍ଧ ଜିଲ୍ଲାର କୁଦଗାଁ, ଜହ୍ନପଙ୍କ ଓ ରାମଗଡ ଅଞ୍ଚଳ । ସମ୍ବଲପୁର ଜିଲ୍ଲା- କେନ୍ଦୁଖୁଣ୍ଟି ଓ କୁନ୍ତରବାହଲ । ଦେବଗଡ ଜିଲ୍ଲା - ସୁନାକେନି, ନିକିତାମାଲ ଓ ଗାଇଲୋ ଅଞ୍ଚଳରେ ସୁନାପଥର ବିକ୍ଷିପ୍ତ ଭାବରେ ଥିବାର ଅନୁମାନ କରାଯାଉଛି । ବିଧାୟକ ବିଜୟ ଦଳବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe