କନକ ବ୍ୟୁରୋ : ପାର୍ବଣ ପୂର୍ବରୁ ସଙ୍ଗୀତ ପ୍ରେମୀଙ୍କ ପାଇଁ ଖୁସିର ଖବର । ଲକ୍ଷ ଲକ୍ଷ ଲୋକଙ୍କ ପ୍ରାର୍ଥନା ଶୁଣିଛନ୍ତି ଭଗବାନ । ଭେଣ୍ଟିଲେଟର୍‌ରୁ ବାହାରକୁ ଆସିଲେ ମେଲୋଡି କିଙ୍ଗ୍‌ ଅଭିଜିତ ମଜୁମଦାର । ଆଇସିୟୁ ବେଡ୍‌ରେ ଚାଲିଛି ଦାଦାଙ୍କ ଚିକିତ୍ସା । ପୂର୍ବରୁ ଦାଦାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ଏବେ ସେଥିରେ ସୁଧାର ଆସିଛି ।

Advertisment

ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ଓଡ଼ିଆ ସଙ୍ଗୀତ ଜଗତର ମେଲୋଡି କିଙ୍ଗ ତଥା ମନୋରଞ୍ଜନ ଦୁନିଆର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ଧୀରେ ଧୀରେ ତାଙ୍କ ଅବସ୍ଥାରେ ସୁଧାର ଆସୁଛି । ଏବେ ଡାକ୍ତରୀ ଚିକିତ୍ସାଠାରୁ ବି ଯଦି କିଛି ବେଶି ଜରୁରି ହୋଇପଡ଼ିଛି । ତାହା ହେଉଛି ଶୁଭେଚ୍ଛୁଙ୍କ ‌ସ୍ନେହ ଓ ଭଲପାଇବା । ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ ବୋଲି ସାରା ଓଡ଼ିଶା ତାଙ୍କ ପାଇଁ ପ୍ରାର୍ଥନା କରୁଛି ।