କନକ ବ୍ୟୁରୋ : ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ । ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/09/24/39-2025-09-24-12-16-22.jpg)