ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର : ପୂଜା ପାଇଁ ଆଗୁଆ ମିଳିବ ଦରମା

Advertisment

ଶାରଦୀୟ ଦୁର୍ଗାପୂଜା ପାଇଁ  ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା

ଶାରଦୀୟ ଦୁର୍ଗାପୂଜା ପାଇଁ  ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା

39

Photograph: (kanaknews)

କନକ ବ୍ୟୁରୋ : ଶାରଦୀୟ ଦୁର୍ଗାପୂଜା ପାଇଁ  ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା  ।  ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି   । 

ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ  କାର୍ଯ୍ୟ  ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ  ।  ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ  ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି ।  ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା  ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe