ରାଜ୍ୟ ସରକାରଙ୍କୁ ସାଇବର ସୁରକ୍ଷା ଚିନ୍ତା : ଆସନ୍ତା ୧୮ ରୁ ନଭେମ୍ବର ୧୭ ଯାଏ ମାସେ ଧରି ଚାଲିବ ରାଜ୍ୟବ୍ୟାପୀ ସଚେତନତା କାର୍ଯ୍ୟକ୍ରମ
ଏନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ସଚେତନତା ଅଭିଯାନ ରଥର ଶୁଭାରମ୍ଭ କରିବେ ।
/kanak/media/media_files/2025/10/16/5-2025-10-16-08-28-59.jpg)
କନକ ବ୍ୟୁରୋ :ଆସନ୍ତା ଅକ୍ଟୋବର ୧୮ ରୁ ୧୭ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଉଭୟ ଅନ୍ଲାଇନ ଓ ଅଫଲାଇନ୍ ମୋଡରେ ସାଇବର ସୁରକ୍ଷା ସଚେତନତା ସଂପର୍କରେ ରାଜ୍ୟବ୍ୟାପୀ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ସଚେତନତା ଅଭିଯାନ ରଥର ଶୁଭାରମ୍ଭ କରିବେ । ଏହି ସଚେତନତା ରଥରେ ସୁରକ୍ଷା ସଂପର୍କିତ ଭିଡିଓ, ପ୍ରଚାର ପତ୍ର, ସଚେତନଧର୍ମୀ ସଂଗୀତ ରହିବ । ଜିଲ୍ଲାସ୍ତରରେ ମଧ୍ୟ ଏହି ଅଭିଯାନ ଆରମ୍ଭ କରାଯିବ । ଏହି ଅଭିଯାନରେ ବିଭିନ୍ନ ବିଭାଗ ସାମିଲ ହେବେ ।
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)