କନକ ବ୍ୟୁରୋ : ଆସନ୍ତା ଅକ୍ଟୋବର ୧୮ ରୁ ୧୭ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଉଭୟ ଅନ୍ଲାଇନ ଓ ଅଫଲାଇନ୍ ମୋଡରେ ସାଇବର ସୁରକ୍ଷା ସଚେତନତା ସଂପର୍କରେ ରାଜ୍ୟବ୍ୟାପୀ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ସଚେତନତା ଅଭିଯାନ ରଥର ଶୁଭାରମ୍ଭ କରିବେ । ଏହି ସଚେତନତା ରଥରେ ସୁରକ୍ଷା ସଂପର୍କିତ ଭିଡିଓ, ପ୍ରଚାର ପତ୍ର, ସଚେତନଧର୍ମୀ ସଂଗୀତ ରହିବ । ଜିଲ୍ଲାସ୍ତରରେ ମଧ୍ୟ ଏହି ଅଭିଯାନ ଆରମ୍ଭ କରାଯିବ । ଏହି ଅଭିଯାନରେ ବିଭିନ୍ନ ବିଭାଗ ସାମିଲ ହେବେ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us