ଗୋପାଳ ଘଟଣା ପରେ ସରକାରଙ୍କୁ ଲଭର୍ସ ପଏଣ୍ଟ ସୁରକ୍ଷା ଚିନ୍ତା

ଆଇନ ତା କାମ କରୁଛି । ଯେତେ ପର୍ଯ୍ୟଟନ ସ୍ଥଳୀ ଅଛି, ଯେଉଁଠି ସବୁ ଲଭର୍ସ ପଏଣ୍ଟ ଅଛି, ତାହାର ସୁରକ୍ଷାକୁ ଗୁରୁତ୍ବ ଦିଆଯାଉଛି । ସେଥିପାଇଁ ଦୁଇଥର ବୈଠକ ମଧ୍ୟ ବସିଥିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

5RGRGR

Photograph: (KANAK NEWS)

କନକ ବ୍ୟୁରୋ: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ପରେ ସରକାରଙ୍କୁ ଲଭର୍ସ ପଏଣ୍ଟ ସୁରକ୍ଷା ଚିନ୍ତା । ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ଲାଗି ବସିଲାଣି ଦୁଇ ଦୁଇ ଥର ବୈଠକ । ଆଜି ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପର୍ଯ୍ୟଟନ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ କହିଛନ୍ତି, ଗୋପାଳପୁର ଘଟଣା ପରେ ପ୍ରଥମ ଥର ଲାଗି ରାତିକ ଭିତରେ ସବୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଟିଆଇ ପରେଡ୍ କରାଯାଇଛି । ଆଇନ ତା କାମ କରୁଛି । ଯେତେ ପର୍ଯ୍ୟଟନ ସ୍ଥଳୀ ଅଛି, ଯେଉଁଠି ସବୁ ଲଭର୍ସ ପଏଣ୍ଟ ଅଛି, ତାହାର ସୁରକ୍ଷାକୁ ଗୁରୁତ୍ବ ଦିଆଯାଉଛି । ସେଥିପାଇଁ ଦୁଇଥର ବୈଠକ ମଧ୍ୟ ବସିଥିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe