କନକ ବ୍ୟୁରୋ: ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସରେ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ନିକଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଥିଲେ ନବୀନ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ । ଆଉ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ସେହିପରି ପ୍ରଧାନମନ୍ତ୍ରୀ ବି ଫୋନ କଲ୍ ଜରିଆରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।