କନକ ବ୍ୟୁରୋ: ଭୁବନେଶ୍ବରରେ ବୃଦ୍ଧି ପାଉଥିବା ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖାଯାଇଛି ।
ଏହି ପ୍ଲାନରେ ଭୁବନେଶ୍ବର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୁଳିଆ ରାସ୍ତାର ଇନ୍ଷ୍ଟିଚ୍ୟୁଟ ଅଫ ମାଥମେଟିକ୍ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ଆରଓବି, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ୟ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ତଥ୍ୟ ଉପସ୍ଥାପନ କରାଯାଇଛି। ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/12/11/cwCo4DseK75WbvW1ixax.jpg)