କନକ ବ୍ୟୁରୋ: ରାଜରାସ୍ତାରେ ହସ୍ତତନ୍ତ ଓ ହସ୍ତଶିଳ୍ପ କାରିଗର । ନିଜ ପାରମ୍ପରିକ ଶିଳ୍ପ ସାମଗ୍ରୀ ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ସୁନ୍ଦରଗଡ଼ ଜିଲ୍ଲାର ଏହି କାରିଗର ମାନେ । ପୂର୍ବ ସରକାର ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନାରେ ଭତ୍ତା ମିଳିବା ନେଇ ପ୍ରତିଶ୍ରୁତି ଦେଇଥିଲେ । ଯାହା ଆଜି ଯାଏଁ ହୋଇପାରିନାହିଁ ।

Advertisment

ଯାହାକୁ ନେଇ ଶହଶହ ଶିଳ୍ପୀ ବିଶାଳ ଶେଭାଯାତ୍ରାରେ ବାହାରି ଉପଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ କରିଛନ୍ତି । ଏଥି ସହ ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ବିକାଶ ଓ ଉନ୍ନୟନ ପରିଷଦକୁ କାର୍ଯ୍ୟକାରୀ କରିବା ପାଇଁ ଦାବି ହୋଇଛି ।