୨୦୧୨ ରିୟାଲିଟି ଶୋରୁ ଆରମ୍ଭ କରିଥିଲେ ସଙ୍ଗୀତର ଯାତ୍ରା, ୧୦ ବର୍ଷରେ ହାତେଇଥିଲେ ଅଦ୍ଭୁତପୂର୍ବ ସଫଳତା

୧୫ ହଜାରରୁ ଅଧିକ ଗୀତ ଗାଇଛନ୍ତି ହ୍ୟୁମାନ୍ ଏପଟେ ପୁଅକୁ ମାରି ଦିଆଯାଇଛି ବୋଲି ସାଂଘାତିକ ଅଭିଯୋଗ ଆଣିଲେ ମାଆ ଶେଫାଳି

Humane Sagar Death

Humane Sagar Death Photograph: (KanakNews)

କନକ ବ୍ୟୁରୋ: ଗତ ଦଶନ୍ଧି ଧରି ସେ ଥିଲେ ଓଡ଼ିଆ ସଙ୍ଗୀତଜଗତର ଶୀର୍ଷସ୍ଥାନର ତାରକା କଣ୍ଠଶିଳ୍ପୀ । ୨୦୧୫ରୁ ୨୦୨୫ ମଧ୍ୟରେ ମାତ୍ର ୧୦ବର୍ଷ ଭିତରେ ସେ ଯେଉଁଭଳି ଲୋକପ୍ରିୟତା ହାସଲ କରିଥିଲେ, ତାହା କ୍ୱଚିତ ଦେଖିବାକୁ ମିଳେ । ୨୦୧୨ରେ ଆୟୋଜିତ -ଭଏସ୍‌ ଅଫ୍‌ ଓଡ଼ିଶା ସିଜନ୍‌-୨ ର ବିଜେତା ହୋଇ ସେ ଲୋକଲୋଚନକୁ ଆସିଥିଲେ । ୨୦୧୪ରେ ସିନେମା ଜଗତରେ ପ୍ରବେଶ କରିଥିଲେ । ଅନୁଭବ ମହାନ୍ତିଙ୍କ ଅଭିନିତ ଓଡ଼ିଆ ସିନେମା - ସମ ଥିଙ୍ଗ ସମ ଥିଙ୍ଗ-୨ ପାଇଁ ଗୀତ ଗାଇ ସେ ଓଡ଼ିଆ ସଙ୍ଗୀତ ଦୁନିଆରେ ତାଙ୍କ ସାମ୍ରାଜ୍ୟ ବିସ୍ତାର କରିଚାଲିଲେ ।

ଅଧିକ ପଢନ୍ତୁ :ବାଣୀକଣ୍ଠକୁ ପରିହାସ କରି ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ରୁକୁ ସୁନା । ଦୁହିଁଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଅଭିଯୋଗ, ସଫେଇ ରଖିଲେ ରୁକୁ ସୁନା ।

ତାଙ୍କ ଶେଷ ସିନେମା ୨୦୨୫ର ଅନୁଭବ ମହାନ୍ତି ଚାରିଧାମ ଥିଲା । ନଭେମ୍ବର ୨୫ ୧୯୯୦ରେ ହ୍ୟୁମାନ୍‌ ଜନ୍ମ ଗ୍ରହଣ କରିଥିଲେ । ପ୍ରାୟ ୧୫ ହଜାରରୁ ଅଧିକ ଗୀତ ଗାଇଛନ୍ତି ହ୍ୟୁମାନ୍ । ଏପଟେ ହ୍ୟୁମାନ ସାଗରଙ୍କୁ ମାରି ଦିଆଯାଇଛି ବୋଲି ସାଂଘାତିକ ଅଭିଯୋଗ କରିଛନ୍ତି ତାଙ୍କ ମାଆ ଶେଫାଳି ସୁନା । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଅର୍ପିତା ଚୌଧୁରୀ ଏବଂ ପପୁ ପ୍ରଶାନ୍ତଙ୍କୁ ସିଧାସଳଖ ଟାର୍ଗେଟ କରି କହିଛନ୍ତି ଯେ, ମୋ ପୁଅର ମୃତ୍ୟୁ ପାଇଁ ଏହି ଦୁଇଜଣ ହିଁ ଦାୟୀ ।

ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ହ୍ୟୁମାନଙ୍କର ଗତ ରାତିରେ ପରଲୋକ ହୋଇଛି । ମୃତ୍ୟୁ ଖବର ଶୁଣିବା ପରେ କେବଳ କଳାକାର ନୁହେଁ, ବିଭିନ୍ନ ବୟସ ବର୍ଗର ଲୋକେ ପାର୍ଥିବ ଶରୀର ଦେଖିବାକୁ ଏମ୍‌ସରେ ଭିଡ଼ ଲଗାଇଥିଲେ। ପୂରା ଏମ୍‌ସ ପରିସର ସ୍ତମ୍ଭୀଭୂତ ହୋଇଯାଇଥିଲା । କାହା ମୁହଁରେ ଯେମିତି କିଛି କହିବାକୁ ଭାଷା ନଥିଲା । 

ରାତି ୯ଟା ୮ ମିନିଟରେ ପରଲୋକ ହେବା ପରେ ପ୍ରାୟ ସାଢେ ୧୧ଟା ବେଳକୁ ଏମ୍‌ସରୁ କଟକ ବାସଭବନ ଅଭିମୁଖେ ଯାଇଥିଲା ମୃତଦେହ । କଟକ ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ହ୍ୟୁମାନଙ୍କ ମୃତଦେହ ପହଞ୍ଚିବା ପରେ ତାଙ୍କ ସମର୍ଥକ, ଶୁଭେଚ୍ଛୁ ଏବଂ ଓଲିଉଡ୍ ଜଗତର ଜଣାଶୁଣା କଳାକାର, ଗୀତିକାର, ସଙ୍ଗୀତ ନିର୍ଦ୍ଦେଶକ ଓ କଣ୍ଠଶିଳ୍ପୀ ମାନେ ଶେଷ ଦର୍ଶନ କରିଥିଲେ। ହ୍ୟୁମାନଙ୍କ କୁନି ଝିଅ ମଧ୍ୟ ଶେଷ ଦର୍ଶନ କରିଛନ୍ତି। ଏହି ସମୟରେ ସେଠାରେ ଏକ ଭାବବିହ୍ବଳ ପରିବେଶ ସୃଷ୍ଟି ହୋଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe