କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଏସିଏଫ । ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରେ ଚାଲିଛି ଜୋରଦାର ଚଢାଉ । ଏହି ସମୟରେ ବାବୁଙ୍କ ସରକାରୀ ବାସଭବନରୁ ମିଳିଛି ନଗଦ ସାଢ଼େ ୧୪ ଲକ୍ଷ ଟଙ୍କା । ଏ ହେଉଛି ଜବତ ହୋଇଥିବା ନଗଦ ଟଙ୍କାର ଦୃଶ୍ୟ। ଏସସିଏଫ ରେବତୀ ରମଣ ଯୋଶୀଙ୍କ ଏକକାଳୀନ ୯ଟି ସ୍ଥାନରେ ଚାଲିଛି ରେଡ୍ । ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି ।
ସମ୍ବଲପୁରର ୭ଟି ଓ ବରଗଡ଼ର ୨ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ସମ୍ବଲପୁରରେ ଥିବା ରେବତୀ ରମଣଙ୍କ ଅଫିସ୍, ଡିୟର ପାର୍କ ନିକଟରେ ଥିବା ସରକାରୀ କ୍ବାର୍ଟରେ ରେଡ୍ ଚାଲିଛି । ଅଇଁଠାପାଲି ସ୍ଥିତ ତିନି ମହଲା ଘର, ଚର୍ଚ୍ଚ ଛକ ନିକଟରେ ଥିବା ଫ୍ଲାଟରେ ଯାଂଚ କରୁଛି ଭିଜିଲାନ୍ସ । ବ୍ରଜଧାମ ହାଉସିଂ ସୋସାଇଟିରେ ଥିବା ଘର, ସିଟି ପ୍ରାଇଡ୍ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ମଧ୍ୟ ଚଢାଉ କରାଯାଉଛି । ସମ୍ବଲପୁର ମଲ୍ଲିପାଲିରେ ଥିବା କୋଠାରେ ମଧ୍ୟ ପହଞ୍ଚିଛନ୍ତି ଭିଜିଲାନ୍ସ ଅଧିକାରୀ । ସେହିପରି ବରଗଡ଼ ପଦ୍ମପୁରରେ ଥିବା ଘର ଓ ବିଜେପୁର ବଳନ୍ଦାରେ ଥିବା ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢାଉ କରୁଛି ।