Weather Update Photograph: (Kanak News)
କନକ ବ୍ୟୁରୋ : ଗରମ, ଗୁଳୁଗୁଳିରେ ସନ୍ତୁଳି ହେଲାଣି ଓଡ଼ିଶା, ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା । ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍ ଲାଇନ୍ ଉତ୍ତରପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଓ ଉତ୍ତରପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଅତିକ୍ରମ କରୁଛି । ଏହାର ପ୍ରଭାବରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ବିଭିନ୍ନ ପାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
ଅଧିକ ପଢନ୍ତୁ : ଭାରତ-ଇଂଲଣ୍ଡ ସେମିଫାଇନାଲରେ ଯଦି ବର୍ଷା ହୁଏ, ତେବେ କିଏ ଯିବ ଫାଇନାଲ୍? ଜାଣନ୍ତୁ ଆଇସିସିର ନିୟମ
ଏଥିସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବା। ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖ ଦିନ ପବନର ବେଗ ବୃଦ୍ଧି ପାଇବ, ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ସୁନ୍ଦରଗଡ଼ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏହି ୪ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ତାତିରେ ସନ୍ତୁଳି ହେଲେଣି ରାଜ୍ୟବାସୀ ।
Follow Us