କନକ ବ୍ୟୁରୋ: ରାଜ୍ୟକୁ ପୁଣି ଫେରିବ ପ୍ରବଳ ଗ୍ରୀଷ୍ମ ପ୍ରବାହ । ୭ ତାରିଖ ପରେ ୨ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ଅସମ୍ଭାଳ ତାତି ଅନୁଭବ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଆହୁରି ୪ ଦିନ କାଳବୈଶାଖୀର ତାଣ୍ଡବ ଜାରି ରହିବ । ଆଗାମୀ ୭ ତାରିଖ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା । ଆଜି ପାଇଁ ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ,ଗଞ୍ଜାମ, ଗଜପତିରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ କୁଆପଥର ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଥିବା ବେଳେ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବର୍ଷା ସମ୍ଭାବନା ଦେଇଛି ବିଭାଗ । ଏହାସହ ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନାକୁ ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୫ ମେ ପାଇଁ ଉତ୍ତର,ଉପକୂଳ ଓ ଦକ୍ଷିଣ ଓଡ଼ିଶା କାଳବୈଶାଖୀ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହେଇଛି । ୬ ମେ’ରେ ମଧ୍ୟ ଅଧା ଓଡ଼ିଶା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।
ରାଜ୍ୟକୁ ପୁଣି ଫେରିବ ପ୍ରବଳ ଗ୍ରୀଷ୍ମ ପ୍ରବାହ; ୨ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ
ରାଜ୍ୟକୁ ପୁଣି ଫେରିବ ପ୍ରବଳ ଗ୍ରୀଷ୍ମ ପ୍ରବାହ। ୭ ତାରିଖ ପରେ ୨ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ଅସମ୍ଭାଳ ତାତି ଅନୁଭବ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହ ଆହୁରି ୪ ଦିନ କାଳବୈଶାଖୀର ତାଣ୍ଡବ ଜାରି ରହିବ।
/kanak/media/media_files/2025/05/04/LsMULAKrmeFel2qK8WJX.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)