୧୬ ଜିଲ୍ଲାକୁ ବଜ୍ରପାତ ସହ ପ୍ରବଳ ବର୍ଷା ଆଲର୍ଟ ; ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଦୃଶ ଲଘୁଚାପ

ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଦୃଶ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା । ଉତ୍ତର ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ସମ୍ଭାବନା । ମୟୂରଭଞ୍ଜକୁ ରେଡ ୱାର୍ଣ୍ଣି ପରେ ସ୍କୁଲ ଛୁଟି ଘୋଷଣା । ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ।

weatherupdates++++++

କନକ ବ୍ୟୁରୋ: ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଦୃଶ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା। ଆଜି  ଉତ୍ତର ଓଡ଼ିଶା ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ଅତି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି । 

ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଲଘୁଚାପ କେନ୍ଦ୍ରୀଭୂତ ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଏହା ଧିରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ସୁଦ୍ଧା ପଶ୍ଚିମବଙ୍ଗ ଉପକୂଳ ଓ ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ।  ଆଗାମୀ ୧୫ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଭୀଷଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe