କନକ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ପାଇଁ ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ଗତ କିଛି ଦିନ ହେଲା ରାଜ୍ୟରେ ବର୍ଷା ଲାଗି ରହିଛି । ଘୂର୍ଣ୍ଣିବଳୟର ପ୍ରଭାବ ଯୋଗୁଁ ମୌସୁମୀ ସକ୍ରିୟ ରହିଛି । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ରାଜଧାନୀ ଭୁବନେଶ୍ୱରରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି । ସକାଳୁ କୋହଲା ପାଗ ରହୁଥିବା ବେଳେ ସନ୍ଧ୍ୟାରେ ବର୍ଷାରେ ଭିଜୁଛି ରାଜ୍ୟର ଅଧିକାଂଶ ଜିଲ୍ଲା । ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଣୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)
/kanak/media/media_files/2025/06/26/10-weather-2025-06-26-09-46-26.jpg)