ଆଜି ବି ଲାଗିରହିବ ବର୍ଷା । ସକାଳ ୮.୩୦ ରୁ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଝାରସଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ  କୁଆପଥର ମାଡ଼ ହୋଇପାରେ। ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ।

òZòþZòZþòþòþ

କନକ ବ୍ୟୁରୋ : ଆଜି ବି ଲାଗିରହିବ ବର୍ଷା। ସକାଳ ୮ଟା ୩୦ ଯାଏଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ସହ କୁଆପଥର ମାଡ଼ ହୋଇପାରେ । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।  ସେହିପରି ସକାଳ ୮ଟା ୩୦ ଯାଏଁ ୧୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝାରସଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ  କୁଆପଥର ମାଡ଼ ହୋଇପାରେ। ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ।  ସେହିପରି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଜି ସକାଳ ୮ଟା ୩୦ରୁ ଆଗାମୀ ୨୪ ଘଣ୍ଟା ଯାଏଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଗାମୀ ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe