କନକ ବ୍ୟୁରୋ:  ଆସୁଥିବା ବାତ୍ୟା ସିଧାସଳଖ ମାଡ ହେବନି ବୋଲି କୁହାଯାଉଥିଲେ ବି ଓଡ଼ିଶା ଉପରେ ଏହାର ବ୍ୟାପକ ପ୍ରଭାବ ପଡିବ । ପ୍ରବଳ ବର୍ଷା ସାଂଗକୁ ପବନ ବି ବହିବ । ପାଣିପାଗ ବିଭାଗର ପୂର୍ବାନୁମାନ ପରେ ମୁକାବିଲା ପାଇଁ ପ୍ରସ୍ତୁତ ହୋଇଛନ୍ତି ରାଜ୍ୟ ସରକାର। ଅନ୍ୟପଟେ ଚିନ୍ତାରେ ପଡିଛି ଚାଷୀ ।  ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବ ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲା । ପାଣିପାଗ ବିଭାଗର ଆକଳନ ଅନୁସାରେ ରାଜ୍ୟରେ ୨୭ରୁ ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । 

Advertisment

ରାଜ୍ୟରେ ୨୭ ରୁ ଆରମ୍ଭ ହେବ ବର୍ଷା ;ଦକ୍ଷିଣ ଓଡ଼ିଶାକୁ ରେଡ୍‌ ଆଲର୍ଟ
ଅକ୍ଟୋବର ୨୭ ପାଇଁ ମାଲକାନଗିରି, କୋରାପୁଟ, ନବରଂଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅକ୍ଟୋବର ୨୮ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଂପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷିବ ।  ଏଥିସହ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଳାରେ ପବନର ବେଗ ଅଧିକ । 
ଅକ୍ଟୋବର ୨୯
ମାଲକାନଗିରି, କୋରାପୁଟ, ନବରଂଗପୁର, କଳାହାଣ୍ଡି ଓ ରାୟଗଡ଼ାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୬ଜିଲ୍ଲାକୁ ଅରେଞ୍ଜ ଓ ୯ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି । ପବନର ବେଗ ଅଧିକ ରହିବା ନେଇ ମଧ୍ୟ ସତର୍କ କରାଯାଇଛି । ୩୦ରେ ମଧ୍ୟ ବର୍ଷା ଲାଗି ରହିବ । 
ପୁଣି ଆସୁଛି ବାତ୍ୟା, କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ ହେବ, ଆଜି ସ୍ପଷ୍ଟ କରିବ ଆଇଏମଡି

ପାଣିପାଗ ବିଭାଗର ଆକଳନକୁ ନେଇ ସତର୍କ ହୋଇଛନ୍ତି ସରକାର। ଏସଆରସିଙ୍କ ସମେତ ପ୍ରଭାବିତ ହେବାକୁ ଥିବା ଜିଲ୍ଳାର ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି ରାଜସ୍ବ ମନ୍ତ୍ରୀ। ରିଲିଫ୍ ସାମଗ୍ରୀ, ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଭୂସ୍ଖଳନ ପ୍ରଭାବିତ ଅଞ୍ଚଳଗୁଡ଼ିକ ଉପରେ ନଜର ରଖିବାକୁ କୁହାଯାଇଛି । ଏଥିସହ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।  ସେପଟେ ବାତ୍ୟକୁ ନେଇ ଚିନ୍ତାରେ ପଡିଛି ଚାଷୀ । ତରତର ହୋଇ ଫସଲ କାଟି ନେଉଥିବା ଦେଖିବାକୁ ମିଳିଛି । ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।