କନକ ବ୍ୟୁରୋ: ଭୀଷଣ ବାତ୍ୟା ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହୋଇଛି। ଆଜି ସକାଳୁ ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଚାନ୍ଦବାଲିରେ ୧୫୮.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି କେନ୍ଦ୍ରାପଡ଼ା ରାଜକନିକାରେ ୧୫୬ ମିଲିମିଟର ବର୍ଷା ହୋଇଛି। ସେହିପରି ଭଦ୍ରକ ବାସୁଦେବପୁର, କେନ୍ଦ୍ରାପଡ଼ା ମାର୍ଷାଘାଇରେ ୧୧୦ ମିଲିମିଟର, ରାଜନଗରରେ ୧୦୦ ମିଲିମିଟର, ମହାକାଳପଡ଼ା, ଆଳିରେ ୯୦ ଓ ୮୦ ମିଲିମିଟର ବର୍ଷା ରେକର୍ଡ ହୋଇଛି। ପାରାଦୀପରେ ୭୬.୪ ମିଲିମିଟର ବର୍ଷା ହୋଇଛି। ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଆଜି ୪ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା: ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ
Advertisment
Follow Us