କନକ ବ୍ୟୁରୋ: ଚଳିତବର୍ଷ ଫିକା ପଡ଼ିପାରେ ଦଶହରା । ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହା ଆଗାମୀ ୨୪ ଘଣ୍ଟା ଭିତରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଅପରାହ୍ଣ ୩ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ସେପ୍ଚେମ୍ବର ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ୨୬ ତାରିଖ ପାଖାପାଖି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।
ଫିକା ପଡ଼ିବ ଦଶହରା, ପ୍ରବଳ ବର୍ଷା ନେଇ ଚେତାବନୀ
ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ୩ ଘଣ୍ଟା ପାଇଁ କେନ୍ଦ୍ରାପଡ଼ା, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷା ନେଇ ଚେତାବନୀ ।
/kanak/media/media_files/2025/09/22/rain-during-puja-2025-09-22-13-35-22.jpg)