କନକ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଜି  ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏଥିସହ ଆଜି ୧୮ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁର। । 

Advertisment

ଲଘୁଚାପ ଆସନ୍ତା୨ ରୁ ୩ ଦିନ ମଧ୍ୟରେ ଅବପାତର ରୂପ ନେବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଉତ୍ତର ଦିଗରେ ଗତି କରିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡିଶା ଉପକୂଳ ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାରେ ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା।