ଆଜି ଅଧା ଓଡ଼ିଶାରେ ପ୍ରବଳ ବର୍ଷା, ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଭଦ୍ରକରେ ସ୍କୁଲ ଛୁଟି ଘୋଷଣା

ଆଗାମୀ ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

25

କନକ ବ୍ୟୁରୋ : ଅଧା ଓଡ଼ିଶାରେ ପ୍ରବଳ ବର୍ଷା। ଆଗାମୀ ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ରୁ ୩୫ କିମି ବେଗରେ ବହିପାରେ ପବନ। ଦକ୍ଷିଣ ବାଂଲାଦେଶ ଏବଂ ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ସେପଟେ ପ୍ରବଳ ବର୍ଷାକୁ ନଜରରେ ରଖି ଆଜି ଭଦ୍ରକରେ ସମସ୍ତ ସ୍କୁଲ ଛୁଟି ନେଇ ଘୋଷଣା କରିଛନ୍ତି ଜିଲ୍ଲାପାଳ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe