୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ ; ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ ; ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଆଜି ୪ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

rain---

କନକ ବ୍ୟୁରୋ: ଆଜି ପୂର୍ବକେନ୍ଦ୍ରୀୟ ତଥା ପାଶ୍ୱର୍ବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୨ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। 

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷାର ପରିମାଣ ୭ ସେଣ୍ଟିମିଟରରୁ ୧୧ ସେଣ୍ଟିମିଟର ଭିତରେ ରହିପାରେ।  ଏହି ୪ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଲା ଗଂଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତର ଆଶଙ୍କା ମଧ୍ୟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe