କନକ ବ୍ୟୁରୋ :  ବାତ୍ୟା ମୋନ୍ଥା ପ୍ରଭାବରେ ବଦଳିବ ପାଗ । ୨୯ ତାରିଖ ଯାଏଁ  ଉପପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାତ୍ୟା ପ୍ରଭାବରେ ଆଜିଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, , ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୩୦ରୁ ୫୦ କିଲୋମିଟର ଯାଏଁ ପବନ ବହିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । 

Advertisment

ଅଧିକ ପଢ଼ନ୍ତୁ..ବଢୁଛି ବାତ୍ୟା ମୋନ୍ଥାର ଗତି ; କାଲି ରାତିରେ କରିବ ଲ୍ୟାଣ୍ଡଫଲ୍‌

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡା, ମାଲାକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡି ସହ ଘଣ୍ଟାପ୍ରତି ୬୦ରୁ ୮୦କିମି ବେଗରେ ପବନ ବହିପାରେ । ଏଥିସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୬୦କିମି ବେଗରେ ପବନ ବହିବା ସହିତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ପରବର୍ତ୍ତୀ ୨୪ ଘଣ୍ଟାରେ ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୬୦ରୁ ୮୦କିମି ବେଗରେ ପବନ ହେବାକୁ ଥିବାରୁ ରେଡୱାର୍ଣ୍ଣିଂ ଦିଆଯାଇଛି । 

ଏଥିସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୦ରୁ ୭୦କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ନଜରରେ ରଖି ୨୯ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବା ଲାଗି ପରାମର୍ଶ ଦିଆଯାଇଛି । ରାଜ୍ୟର ସମସ୍ତ ବନ୍ଦର ଗୁଡ଼ିକ ପାଇଁ ୧ନଂ ବିପଦ ସଙ୍କେତ ଜାରି କରାଯାଇଛି ।