‘ଦାନା’ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ; ଏସବୁ ଜିଲ୍ଲାକୁ ସତର୍କ ସୂଚନା

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା । ୨୩ରୁ ୨୫ ପ୍ରବଳରୁ ଅତି ପ୍ରବଳ ବର୍ଷାନେଇ ପାଣିପାଗ ବିଭାଗର ଆକଳନ । ସମୁଦ୍ରକୁ ନଯିବାକୁ ଡାକବାଜିରେ ସତର୍କ କରାଇଲା ପ୍ରଶାସନ ।

1818

କନକ ବ୍ୟୁରୋ: ବାତ୍ୟା ଭୟ ଭିତରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଏହା ପୂର୍ବରୁ ଆଜି ମଧ୍ୟ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ କେତକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା କାଲି ପର୍ଯ୍ୟନ୍ତ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ରାୟଗଡା, କନ୍ଧମାଳ, ନୟାଗଡ଼ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

କିନ୍ତୁ କାଲି ବର୍ଷାର ପରିମାଣ କମ ରହିବ । ୨୨ ତାରିଖ ମଧ୍ୟ ବର୍ଷା କମ ରହିବ ବୋଲି କହିଛି ପାଣିପାଗ ବିଭାଗ । ଆଇଏମଡିର ଆକଳନ ଅନୁଯାୟୀ ୨୩ ତାରିଖ ସକାଳୁ ବର୍ଷାର ପରିମାଣ ବଢିବ । ୨୩ ତାରିଖ ପ୍ରବଳ ବର୍ଷା ନେଇ  ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ତାରିଖ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାକୁ ରେଡ ଆର୍ଲଟ ଜାରି ହୋଇଛି । ସେହପରି କେନ୍ଦ୍ରାପଡା, କଟକ, ନୟାଗଡ଼,ଗଜପତି, କନ୍ଧମାଳକୁ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି । ଏଥିସହ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝରକୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe