କନକ ବ୍ୟୁରୋ;  ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପ୍ରଭାବରେ ୧୫ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ।  ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ୪୮ ଘଣ୍ଟାରେ ଉତ୍ତର ଆନ୍ଧ୍ର ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବ। ଆଜି ଠାରୁ ୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

Advertisment

ଏଣୁ ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହ ଗଂଜାମ ,ଗଜପତି, ୟଗଡ଼ା,କନ୍ଧମାଳ,ନୟାଗଡ଼,ନୂଆପଡ଼ା,ବଲାଙ୍ଗୀର , କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ପରବର୍ତ୍ତୀ ୨ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବ। ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି ।