ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ: ୧୮ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି..

Advertisment

ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ ।

Updated On

ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ ।

ଅଦ୍ୟତନ ହୋଇଛି
bishnupada sethi ias

bishnupada sethi ias Photograph: (kanaknews)

କନକ ବ୍ୟୁରୋ : ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍‌ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ୧୮ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ତେଣୁ ଏହା ସ୍ପଷ୍ଟ ଯେ ସିବିଆଇ ଚାହିଁଲେ ବି ବର୍ତ୍ତମାନ ବିଷ୍ଣୁଙ୍କୁ ବାନ୍ଧିପାରିବନି । 

ସୂଚନା ମୁତାବକ, ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା ସିବିଆଇର ୮ ଜଣିଆ ଟିମ୍ । ଟେଣ୍ଡର ଫିକ୍ସିଂ ମାମଲାରେ ବାରମ୍ବାର ସମନ ପରେ ବି ହାଜର ହେଉନଥିଲେ ବିଷ୍ଣୁପଦ ସେଠୀ । ଏହାପରେ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା ସିବିଆଇ । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ  ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଥିଲା ।  

ସବୁ ଅଭିଯୋଗକୁ ଗଣମାଧ୍ୟମ ଆଗରେ ଖଣ୍ଡନ କରିଥିଲେ ଖୋଦ୍ ବିଷ୍ଣୁପଦ । ସେ କହିଥିଲେ, ମୁଁ ଗତ ୩୦ ବର୍ଷ ହେଲା ଓଡିଶା ସରକାରରେ ନିଷ୍ଠାର ସହ କାମ କରିଛି । କେବେ କୌଣସି କାମରେ ଖିଲାପ କରିନାହିଁ । ଏବେ ସିବିଆଇ ମୋ ଉପରେ ଯେଉଁସବୁ ଅଭିଯୋଗ ଆଣୁଛି ସେସବୁ ଭିତ୍ତିହୀନ ବରଂ ତାଙ୍କୁ ଅଯଥା ସମସ୍ୟାରେ ପକାଇବାକୁ ଚେଷ୍ଟା କରାଯାଉଥିବା କହିଥିଲେ ବିଷ୍ଣୁପଦ । ତାଙ୍କୁ ମାନସିକ ସ୍ତରରେ ହଇରାଣ କରାଯାଉଥିବା ସେ କହିଥିଲେ ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe