ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି; ଫୁଲୁଛି ନଦୀ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ସ୍ଥିତି

Advertisment

ଏବେ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ୬୦୮ ଦଶମିକ ୦୪ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୩ ଲକ୍ଷ ୩୨ ହଜାର ୪୯୧ କ୍ୟୁସେକ୍ ଜଳ ।

ଏବେ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ୬୦୮ ଦଶମିକ ୦୪ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୩ ଲକ୍ଷ ୩୨ ହଜାର ୪୯୧ କ୍ୟୁସେକ୍ ଜଳ ।

Hirakud Floodwater

Photograph: (Kanak News)

କନକ ବ୍ୟୁରୋ : ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି । ହୀରାକୁଦ ଡ୍ୟାମର ୨୦ଟି ଗେଟ ଦେଇ ନିଷ୍କାସିତ ହେଉଥିବା ବନ୍ୟାଜଳ ଆଜି କଟକ ମୁଣ୍ଡୁଳିରେ ପହଞ୍ଚିବ ବୋଲି ଆକଳନ କରାଯାଇଛି । ହୀରାକୁଦ ଡ୍ୟାମ୍‌ର ବାମପଟରେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି ।

ଏବେ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ୬୦୮ ଦଶମିକ ୦୪ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୩ ଲକ୍ଷ ୩୨ ହଜାର ୪୯୧ କ୍ୟୁସେକ୍ ଜଳ । ସ୍ପିଲ୍‌ୱେ ପାଇଁ ୨ ଲକ୍ଷ ୯୪ ହଜାର ୩୦୦ କ୍ୟୁସେକ୍ ପାଣି ଯାଉଥିବା ବେଳେ ପାୱାର ଚ୍ୟାନେଲ ପାଇଁ ୩୪ ହଜାର ୯୫୬ କ୍ୟୁସେକ୍ ପାଣି ଛଡ଼ାଯାଉଛି । ହୀରାକୁଦ ନଦୀବନ୍ଧରେ ମୋଟ୍‌ ୯୮ଟି ଗେଟ୍ ରହିଛି । ଏଥିରୁ ୬୪ଟି ସ୍ଲୁଇସ୍ ଗେଟ୍‌ ଓ ୩୪ଟି କ୍ରେଷ୍ଟ ଗେଟ୍‌ ରହିଛି । ହୀରାକୁଦ ନଦୀବନ୍ଧରେ ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe