କନକ ବ୍ୟୁରୋ: ନୂଆଁଖାଇ ଉପଲକ୍ଷେ ଆଗାମୀ ୨୯ ତାରିଖକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) କୋର୍ଟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି । ତେବେ ଆସନ୍ତା ମାସର ଦ୍ବିତୀୟ ଶନିବାର ( ସେପ୍ଟେମ୍ବର ୧୩ ତାରିଖ)ର ଛୁଟି ବାତିଲ୍ କରାଯାଇଛି। ଏହି ଦିନକୁ କାର୍ଯ୍ୟ ଦିବସ ରୂପେ ଘୋଷଣା କରାଯାଇଛି ।
କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ତେବେ ନୂଆଁଖାଇ ପରଦିନ ମଧ୍ୟ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ସେ ଦିନ ଆତ୍ମୀୟ ସ୍ୱଜନମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି । ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ ।
କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ତେବେ ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ସେ ଦିନ ଆତ୍ମୀୟ ସ୍ୱଜନମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି । ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)ପାଇଁ ଛୁଟି ଘୋଷଣା କରିଛନ୍ତି ।
ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)ପାଇଁ ଛୁଟି ଘୋଷଣା କରିଛନ୍ତି । ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।