କ୍ଷମା ମାଗିଲେ ଓଲିଉଡ ଅଭିନେତା ମନୋଜ ମିଶ୍ର । ବ୍ୟାସକବିଙ୍କ ଉପରେ ଦେଇଥିଲେ ବିବାଦୀୟ ମନ୍ତବ୍ୟ

ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାଙ୍କୁ ନେଇ ବ୍ରିଭାନ୍ତିକରଣ ମନ୍ତବ୍ୟ ଘଟଣା । ବିଭିନ୍ନ ଆଡୁ ଚାପର ଶିକାର ହେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ଼ ଅଭିନେତା ମନୋଜ ମିଶ୍ର

manoj

କନକବ୍ୟୁରୋ : ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାଙ୍କୁ ନେଇ ବ୍ରିଭାନ୍ତିକରଣ ମନ୍ତବ୍ୟ ଘଟଣା । ବିଭିନ୍ନ ଆଡୁ ଚାପର ଶିକାର ହେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ଼ ଅଭିନେତା ମନୋଜ ମିଶ୍ର । ରବିବାର ରାତିରେ ଏନେଇ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଭିଡ଼ିଓ ପୋଷ୍ଟ କରି ସେ କ୍ଷମା ମାଗିଛନ୍ତି  । 

ବ୍ୟାସ କବିଙ୍କ ଲେଖାକୁ ନେଇ ମୋର କୌଣସି ଜ୍ଞାନ ନାହିଁ ।  ଯଦି ଅଜାଣତରେ ମୁଁ କାହା ମନରେ ଦୁଃଖ ଦେଇଥାଏ ତେବେ ସେଥିପାଇଁ ମୁଁ ଦୁଃଖିତ ବୋଲି ସେ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି । ମନୋଜ ମିଶ୍ର ଦେଇଥିବା ବିବାଦୀୟ ବୟାନକୁ ନେଇ ବାଲେଶ୍ବରରେ ତୀବ୍ର ବିରୋଧ କରାଯାଇଥିଲା  । ଏପରି କି ରବିବାର ସକାଳେ ବାଲେଶ୍ବର ଟାଉନ ଥାନାରେ ମନୋଜ ମିଶ୍ରଙ୍କ ନାଁରେ ଏତଲା ଦିଆଯାଇଥିଲା ।      

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe