କନକ ବ୍ୟୁରୋ: ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ସରକାରଙ୍କ ବଡ଼ ପଦକ୍ଷେପ । ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର କରିବେ ପୁଲିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଜାରି କରିଛନ୍ତି । ସେପଟେ ୩୧ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ସବୁ ଥାନାରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନୂଆ ଏସଓପି ଜାରି ହୋଇଥିବା ନେଇ ଆଡଭକେଟ୍ ଜେନେରାଲ ହାଇକୋର୍ଟଙ୍କୁ ଜଣାଇଛନ୍ତି । ଏହାର ଏକ କପି ହାଇକୋର୍ଟ ଓ ଆମିକସ୍ କ୍ୟୁରୀଙ୍କୁ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ କୋର୍ଟଙ୍କୁ ଜଣାଇଛନ୍ତି ଆଡଭୋକେଟ୍ ଜେନେରାଲ। ତେବେ ଆସନ୍ତା ମଙ୍ଗଳବାର ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରାଯାଇଛି।