କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ିର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨୩ ତାରିଖ ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା , ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୨୪ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି:- ମୟୁରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡା, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨୫ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ଗଜପତି, ଗଞ୍ଜାମ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୨୬ ତାରିଖ ପାଇଁ ମୟୁରଭଞ୍ଜ, କନ୍ଧମାଳ, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ କେନ୍ଦୁଝର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨୭ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୨୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।