କନକ ବ୍ୟୁରୋ: ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୋନପୁର, ବରଗଡ଼ ଏବଂ ବଲାଙ୍ଗୀର । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଏବଂ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁଲାଇ ୧୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବାଲେଶ୍ୱର ଓ ଭଦ୍ରକ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଜୁଲାଇ ୧୩ ତାରିଖ ପାଇଁ ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଏପଟେ ଜୁଲାଇ ୧୪ ତାରିଖରେ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁଲାଇ ୧୫ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଜୁଲାଇ ୧୬ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁଲାଇ ୧୭ରୁ ଜୁଲାଇ ୨୦ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରାଯାଇଛି ।