କନକବ୍ୟୁରୋ : ହ୍ୟୁମାନ ସାଗର ମୃତ୍ୟୁ ମାମଲା । ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିବା କଟକ ଡିସିପିଙ୍କ ସୂଚନା । ଚିକିତ୍ସା ସମ୍ପର୍କରେ ଯାଞ୍ଚ କରାଯାଉଛି କାଗଜପତ୍ର । ଅଭିଯୋଗର ଗୋଟି ଗୋଟି ଦିଗକୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଟକ ଡିସିପି ଋଷିକେଶ ଖିଲାରୀ କହିଛନ୍ତି ।  ପରିବାର ଲୋକଙ୍କ ଅଭିଯୋଗ ଆଧାରରେ କେସ ରୁଜୁ ହୋଇ ତଦନ୍ତ ହେଉଛି ।

Advertisment

ଭାରତ ସମ୍ପର୍କରେ ମିଛ କହୁଛି ବାଂଲାଦେଶ

ଚିକିତ୍ସା ସମ୍ପର୍କରେ ଥିବା ସମସ୍ତ କାଗଜପତ୍ର ଯାଞ୍ଚ କରାଯାଇଛି ।  ହ୍ୟୁମାନଙ୍କ ମୃତ୍ୟୁ ପରେ ପୋଷ୍ଟମର୍ଟମ ନହେବା ସମ୍ପର୍କରେ ଏମ୍ସର ଡାକ୍ତରଙ୍କ ସହ ଯୋଗାଯୋଗରେ ରହିଛି ପୁଲିସ । କିଛି ଚିକିତ୍ସା ସମ୍ପର୍କିତ ଦସ୍ତାବିଜକୁ ମଧ୍ୟ ଆଣିଛି ପୁଲିସ । ହୋଇଥିବା ଅଭିଯୋଗର ଗୋଟି ଗୋଟି କରି ତଦନ୍ତ ହେବ । ସବୁଦିଗକୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ ।