କନକବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି ।
ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର
୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା । ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ । ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ ।
ବାତ୍ୟା ‘ମୋନ୍ଥା’ ଆଶଙ୍କାରେ କଳିଙ୍ଗାଘାଟି ବନ୍ଦ; ଭୂସ୍ଖଳନ ଆଶଙ୍କାରେ ସତର୍କତା ନିର୍ଦ୍ଦେଶ
୨୮ ତାରିଖ ସନ୍ଧ୍ୟା କିମ୍ବା ରାତିରେ କାକିନଡ଼ା ପାଖାପାଖି ମଚ୍ଛିଲିପଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୯୦ରୁ ୧୦୦ କିମି ମଧ୍ୟରେ ରହିବ । ଝଟକା ପବନର ବେଗ ଘଣ୍ଟା ପ୍ରତି ୧୧୦ କିମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେସୋମବାରଠାରୁଓଡ଼ିଶାର ପାଗରେ ପରିବର୍ତ୍ତନ ଆସିବ ।
ଗଜପତିକୁ ପୁଣି ବାତ୍ୟା ଭୟ : ମାଡ଼ି ଆସୁଛି ‘ମୋନ୍ଥା’ , ଆଲର୍ଟ ମୋଡରେ ପ୍ରଶାସନ
୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହୋଇପାରେ । ଏଥିସହ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ (ଲାଲ୍ ଚେତାବନୀ) ଦିଆଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୭୦ କିମି ବେଗରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ପରବର୍ତ୍ତୀ ୨୪ ଘଣ୍ଟାରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଏଥିସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୦ରୁ ୭୦ କିମି ବେଗରେ ପବନ ହୋଇପାରେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/10/27/cycolne-2025-10-27-10-41-02.jpg)