କନକ ବ୍ୟୁରୋ : ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ । ପୁଲିସ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍କାଉଣ୍ଟର ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଏହା ସହ ୩ ଜଣ ଯବାନ ଆହତ ହୋଇଛନ୍ତି । କମ୍ବିଂ ବେଳେ ନ୍ୟାସନାଲ ପାର୍କ ନିକଟରେ ମାଓବାଦୀ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ହୋଇଥିଲା । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି । ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ । ଆହତ ଯବାନଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଛି । ସେମାନେ ଏବେ ସୁସ୍ଥ ଥିବା ଜଣାପଡ଼ିଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us