ଲଘୁଚାପ ସାଙ୍ଗକୁ ମୌସୁମୀ ପ୍ରଭାବ, ସାରା ରାଜ୍ୟରେ ଆଜି ବର୍ଷା ସମ୍ଭାବନା

Advertisment

ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ହେବ । ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ।

ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ହେବ । ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା । ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ।

13-Rain

କନକ ବ୍ୟୁରୋ: ଲଘୁଚାପ ସାଙ୍ଗକୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ସାରା ରାଜ୍ୟରେ  ଆଜି ବର୍ଷା ସମ୍ଭାବନା ରହିଛି । ଆଜି ରାଜ୍ୟର ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ବାଲେଶ୍ବର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

ଗୋଟିଏ କିମ୍ବା ୨ଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।  ଏହାସହ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି  I ମଧ୍ୟାହ୍ନ ଓ ସନ୍ଧ୍ୟା ସମୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଜିଲ୍ଲାପାଳମାନଙ୍କୁ ସ୍ଥିତି ଉପରେ ନଜର ରଖିବା ସହ କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି ।  

୨୮ ମେ’ରେ ଦକ୍ଷିଣ ପଶ୍ଚିମ ମୌସୁମୀ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳକୁ ଛୁଇଁଥିବାବେଳେ ଗତକାଲି(ଗୁରୁବାର) ଭବାନୀପାଟଣା ଓ ପୁରୀକୁ ସ୍ପର୍ଶ କରିଛି । ସ୍ଥିତି ଅନୁକୂଳ ଥିବାରୁ ଏହା ଆଗକୁ ବଢ଼ୁଛି । ଆଗାମୀ ଦୁଇ ଦିନ ଭିତରେ ମୌସୁମୀ ସାରା ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe