କନକ ବ୍ୟୁରୋ :  ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସାମୁଦ୍ରିକ ବାତ୍ୟା ମୋନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି  । ତେବେ ବାତ୍ୟା ମୋନ୍ଥାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ଆରମ୍ଭ ହେବ ବର୍ଷା । ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

Advertisment

ବାତ୍ୟା ମୋନ୍ଥାର ସ୍ପିଡ୍ ବଢୁଛି : ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି

  • ଆଗାମୀ ୩ ଘଣ୍ଟା ଭିତରେ ଏହି ସବୁ ଜାଗାରେ ଆରମ୍ଭ ହେବ ବର୍ଷା
  • ଗଞ୍ଜାମ , ଗଜପତି , ରାୟଗଡ଼ାରେ ବର୍ଷା ସମ୍ଭାବନା 
  • ଦିନ ୨ଟା ଭିତରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ 
  • ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ  
  • ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି