କନକ ବ୍ୟୁରୋ : ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟା ଭିତରେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ ବର୍ଷା । ୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ୨୬ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ଫଳରେ ଆଜିଠୁ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଆଗକୁ ଦୁର୍ଗାପୂଜା ଆସୁଥିବାରୁ ବର୍ଷା ଏଥର ଦଶହରା ମଉଜକୁ ଫିକା କରିପାରେ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି
୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।
/kanak/media/media_files/2025/08/17/rain-2025-08-17-13-22-32.jpg)