କନକ ବ୍ୟୁରୋ: ୨୦୨୮ ପର୍ଯ୍ୟନ୍ତ ମିଳିବ ମାଗଣା ରାସନ । ୨୦୨୮ ମସିହା ଡିସେମ୍ବର ମାସ ପର୍ଯ୍ୟନ୍ତ ମାଗଣା ରାସନ ମିଳିବା ନେଇ ବୁଧବାର କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରିଛି । ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ତେବେ କେନ୍ଦ୍ର କ୍ୟାବିନେଟର ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇ କହିଛନ୍ତି ଯେ, ବୈଠକରେ ସୀମାବର୍ତ୍ତୀ ଅଞ୍ଚଳରେ ନିର୍ମାଣ କାମର ବିକାଶ ଉପରେ ଜୋର ଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି । ଆଜିର କ୍ୟାବିନେଟ ବୈଠକରେ ସୀମାବର୍ତ୍ତୀ ଅଞ୍ଚଳରେ ୪୪୦୬ କୋଟି ଟଙ୍କାରେ ୨୨୮୦ କିଲୋମିଟରର ସଡକ ନିର୍ମାଣକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି । ଏହାସହ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ଆସନ୍ତା ୨୦୨୮ ମସିହା ଡିସେମ୍ବର ମାସ ପର୍ଯ୍ୟନ୍ତ ମାଗଣା ରାସନ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।
#WATCH | Delhi: After the Union Cabinet meeting, Union Minister Ashwini Vaishnaw says, "Today the cabinet approved the continuation of supply of free Fortified Rice under Pradhan Mantri Garib Kalyan Yojana (PMGKAY) and other welfare schemes from July, 2024 to December, 2028. The… pic.twitter.com/XaNB5rHiK8
— ANI (@ANI) October 9, 2024