ରାଜ୍ୟ ବିଜେପି Photograph: (କନକ ନ୍ୟୁଜ୍)
କନକ ବ୍ୟୁରୋ: ଆରମ୍ଭ ହେଲା ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ । ବିଜେପି ରାଜ୍ୟ ସଭାପତି ଚୟନ ନେଇ ଏହି ବୈଠକରେ ଆଲୋଚନା ହୋଇପାରେ । ବିଜେପିର ଏହି ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେପି କାର୍ୟ୍ୟାଳୟରେ ପହଞ୍ଚିଛନ୍ତି । ବିଜେପି ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୂଘ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେଭି ସିଂଦେଓ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ବୈଠକରେ ଉପସ୍ଥିତ ଅଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ ଓ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟ ଉପସ୍ଥିତ ରହିଛନ୍ତି ।
Follow Us