ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ; ଗଣତି ମଣତିକୁ ନେଇ ଚାଲିଛି ଆଲୋଚନା

Advertisment

ଏହି ବୈଠକରେ ରତ୍ନଭଣ୍ଡାର ଗଛିତ ଅଳଙ୍କାର ଗଣତି ମଣତି ଉପରେ ବିସ୍ତୃତ ଆଲୋଚନା ହେବ । ଗତ ରତ୍ନଭଣ୍ଡାର ଉଚ୍ଚସ୍ତରୀୟ ବୈଠକରେ ଚିଠା ପ୍ରସ୍ତାବ ଆଗତ ହୋଇଛି ।

ଏହି ବୈଠକରେ ରତ୍ନଭଣ୍ଡାର ଗଛିତ ଅଳଙ୍କାର ଗଣତି ମଣତି ଉପରେ ବିସ୍ତୃତ ଆଲୋଚନା ହେବ । ଗତ ରତ୍ନଭଣ୍ଡାର ଉଚ୍ଚସ୍ତରୀୟ ବୈଠକରେ ଚିଠା ପ୍ରସ୍ତାବ ଆଗତ ହୋଇଛି ।

Shree Mandir

Shree Mandir Photograph: (kanak news)

କନକ ବ୍ୟୁରୋ :ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ଏହି ବୈଠକରେ ଗଜପତି ମହାରାଜା ଅଧ୍ୟକ୍ଷତା କରିଛନ୍ତି । ଏହି ବୈଠକରେ ରତ୍ନଭଣ୍ଡାର ଗଛିତ ଅଳଙ୍କାର ଗଣତି ମଣତି ଉପରେ ବିସ୍ତୃତ ଆଲୋଚନା ହେବ । ଗତ ରତ୍ନଭଣ୍ଡାର ଉଚ୍ଚସ୍ତରୀୟ ବୈଠକରେ ଚିଠା ପ୍ରସ୍ତାବ ଆଗତ ହୋଇଛି । ପରିଚାଳନା କମିଟି ବୈଠକରେ ଏହି ଚିଠା ପ୍ରସ୍ତାବ ସମ୍ପର୍କରେ ଆଲୋଚନା ହୋଇ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ ପଠାଯିବ । ସେପଟେ ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗକୁ ନେଇ ବିଶେଷ ଆଲୋଚନା କରାଯିବ । 

ଶ୍ରୀମନ୍ଦିର ଆଇନରେ ପ୍ରଚଳିତ ନିୟମ ଅନୁଯାୟୀ କଠୋର ଦଣ୍ଡବିଧାନ ନାହିଁ। ଶ୍ରୀମନ୍ଦିର ଆଇନରେ ଶଂସୋଧନ ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି । ସେହି ପ୍ରସ୍ତାବ ଉପରେ କରାଯିବ ବିସ୍ତୁର୍ତ୍ତ ଆଲୋଚନା ହେବ । ଏହାବାଦ୍ ଧାଡ଼ି ଦର୍ଶନ ବ୍ୟବସ୍ତା, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତିକାନ୍ତି, ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ସହ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା ହେବ ।  

ଅଧିକ ପଢ଼ନ୍ତୁ---ଛତିଶଗଡ଼ର ବିଜାପୁରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ; ଏନକାଉଣ୍ଟରରେ ଟଳିଲେ ୨ ମାଓବାଦୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe