ସୁଭଦ୍ରାରୁ ବାଦ୍ ପଡ଼ିବେ ଧନୀ ମହିଳା ; ହିତାଧିକାରୀଙ୍କ ତଥ୍ୟ ମାଗିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ

ସୁଭଦ୍ରା ଯୋଜନାରୁ ବାଦ୍‌ ପଡ଼ିବେ ଧନୀ ମହିଳା। କାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ । ତିନି ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ।  ଯୋଗ୍ୟ ହିତାଧିକାରୀଙ୍କୁ ଯୋଡିବା ନେଇ ହୋଇପାରେ ନିଷ୍ପତ୍ତି । 

43

କନକ ବ୍ୟୁରୋ: ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିବେ ଧନୀ ମହିଳା । ତିନି ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଛି ତଥ୍ୟ । ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମଗାଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା। ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗ ରିପୋର୍ଟ ଆଧାରରେ ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ । ଏହାସହ ବାଦ୍ ପଡ଼ିଥିବା  ଯୋଗ୍ୟ ହିତାଧିକାରୀଙ୍କୁ ଯୋଡ଼ିବା ନେଇ ହୋଇପାରେ ନିଷ୍ପତ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe