କନକ ବ୍ୟୁରୋ : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ନେବ ରୂପ । ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣିଂ  ଜାରି କରାଯାଇଛି । ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି ।