କନକ ବ୍ୟୁରୋ: ଗଜପତିରେ ହୋମଗାର୍ଡ ଶାରୀରିକ ପରୀକ୍ଷା ସମୟରେ ଅଘଟଣ । ଜଣେ ମୃତ, ୬ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ମୃତକ ହେଉଛନ୍ତି ରାମଗିରି ଥାନା ଅନ୍ତର୍ଗତ ପରିସଲ ଗାଁର ଲାଦେନ ମିଶାଇ । ସ୍ଥାନୀୟ ବେତାଗୁଡ଼ାଠାରେ ଶାରୀରିକ ପରୀକ୍ଷା ଚାଲିଥିଲା । ଏହାପରେ ରାଣୀପେଣ୍ଠଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୌଡ଼ ପରୀକ୍ଷା ଚାଲିଥିବା ବେଳେ ଦୌଡ଼ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ । କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସେହିପରି ଅନ୍ୟ ୬ ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ହୋମଗାର୍ଡ ଶାରୀରିକ ପରୀକ୍ଷା ସମୟରେ ଅଘଟଣ: ଦୌଡୁଥିବା ବେଳେ ଟଳିପଡ଼ିଲେ ଯୁବକ
ରାଣିପେଣ୍ଠଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୌଡ଼ ପରୀକ୍ଷା ଚାଲିଥିବା ବେଳେ ଦୌଡ଼ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ । କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ ।
/kanak/media/media_files/2025/05/29/dSwITdm0v7TC5aHVWAo3.jpg)