କନକବ୍ୟୁରୋ : ଭୁବନେଶ୍ବର ରାମମନ୍ଦିର ସାମ୍ନାରୁ ଦୃଷ୍ଟିବାଧିତ ମା’ଠାରୁ ଦେଢବର୍ଷର ଶିଶୁପୁତ୍ର ଅପହରଣ ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି । ଅପହରଣକାରୀ ଶିଶୁପୁତ୍ରକୁ ଧରି ଭୁବନେଶ୍ବର ରେଳଷ୍ଟେସନ ଭିତରକୁ ଯାଇଥିବା ସିସିଟିଭି ଫୁଟେଜରୁ ଜଣାପଡ଼ିଛି । ଏହି ସିସିଟିଭି ଆଧାରରେ ତଦନ୍ତ ଆରମ୍ଭ କରିଛି ପୋଲିସ ।
ଅପହରଣକାରୀଙ୍କ ପାଖରେ ପହଞ୍ଚିବା ପାଇଁ ୫ଟି ଟିମ୍ ଗଠନ କରାଯାଇ ରାଜ୍ୟ ଓ ରାଜ୍ୟ ବାହାରକୁ ପଠାଯାଇଛି । କୋଲକାତାର ଖଡ଼ଗପୁର, ହାୱଡା ସମେତ ରାଜ୍ୟର ବିଭିନ୍ନ ରେଳଷ୍ଟେସନକୁ ସିସିଟିଭି ଫୁଟେଜ୍ ପଠାଯାଇଥିବା ଜଣାପଡ଼ିଛି । ଗଠନ ହୋଇଥିବା ୫ଟି ଟିମ୍କୁ ଆରପିଏଫ୍, ଜିଆରପି, ରାଜ୍ୟ ବାହାର ପୋଲିସ ମଧ୍ୟ ସହଯୋଗ ଯୋଗାଇ ଦେଉଛନ୍ତି । ଏହା ସହ ଶିଶୁ କଲ୍ୟାଣ ସମିତି ଓ ଚାଇଲ୍ଡ ଲାଇନ ଅଧିକାରୀମାନେ ଥାନାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି ।