କନକ ବ୍ୟୁରୋ: ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ପ୍ରଥମ ଥର ପାଇଁ ବିଶ୍ବକପ ଜିତିଛି ।  ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତି ଦୀର୍ଘ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟାଇଛି । ୨୦୦୫ ଫାଇନାଲ୍‌ରେ ଅଷ୍ଟ୍ରେଲିଆଠାରୁ ଏବଂ ୨୦୧୭ ଫାଇନାଲ୍‌ରେ ଇଂଲଣ୍ଡଠାରୁ ହାରି ରନର୍ସଅପ୍‌ ହୋଇଥିବା ଭାରତୀୟ ଦଳ ତୃତୀୟ ଥର ଫାଇନାଲ୍ ଖେଳି ପ୍ରଥମ ଥର ବିଶ୍ବ ବିଜେତା ହୋଇଛି । ନବି ମୁମ୍ବାଇର ଡିୱାଇ ପାଟିଲ୍ ଷ୍ଟାଡିୟମ୍‌ରେ ରବିବାର ରାତିରେ ଭାରତୀୟ ମହିଳା ଦଳ ରୋମାଞ୍ଚକ ଭାବେ ପ୍ରଥମ ଥର ଫାଇନାଲିଷ୍ଟ୍‌ ଦକ୍ଷିଣ ଆଫ୍ରିକାକୁ ୫୨ ରନ୍‌ରେ ହରାଇ ଏହି ଐତିହାସିକ କ୍ଷଣକୁ ସାଉଁଟି ନେଇଛି। ପୁରୁଷ ଦଳର ୪ ବିଶ୍ବ ମୁକୁଟକୁ ମିଶାଇଲେ ଏହା ଭାରତର ପଞ୍ଚମ ଆଇସିସି ବିଶ୍ବକପ୍‌ ବିଜୟ ।

Advertisment

ଇତିହାସ ରଚିଲା ମହିଳା କ୍ରିକେଟ ଟିମ୍, ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ହରାଇ ଚାମ୍ପିଅନ ହେଲା ଭାରତ

ପ୍ରଥମେ ବ୍ୟାଟିଂ କରି ସ୍ମୁତି ମନ୍ଧାନା ୪୫ ରନ୍ ଓ ଶେଫାଳି ବର୍ମା ୮୭ ରନ୍ ଶତକୀୟ ଭାଗୀଦାର ପରେ ଭାରତ ୨୯୮ ରନ୍‌ କରିଥିଲା । ଦକ୍ଷିଣ ଆଫ୍ରିକା ପାଳି ୪୫.୩ ଓଭରରେ ୨୪୬ ରନ୍‌ରେ ଶେଷ ହୋଇଯାଇଥିଲା । ଦାୟିତ୍ବପୂର୍ଣ୍ଣ ଅର୍ଦ୍ଧଶତକ ପରେ ଭେଟେରାନ୍ ଅଲ୍‌ରାଉଣ୍ଡର୍‌ ଦୀପ୍ତିଙ୍କ ୫ ୱିକେଟ୍ ଦଖଲ କରିବା ନିର୍ଣ୍ଣାୟକ ହୋଇଥିଲା । ଅଲରାଉଣ୍ଡର ପଦର୍ଶନ ପାଇଁ ଦୀପ୍ତିଙ୍କୁ ପ୍ଲେୟର ଅଫ ଦ ଟୁର୍ଣ୍ଣାମେଣ୍ଟ ଘୋଷିତ କରାଯାଇଥିଲା । ଦୀପ୍ତିଙ୍କ ଭଳି ଶେଫାଳି ବର୍ମାଙ୍କ ଅଲ୍‌ରାଉଣ୍ଡ୍ ପ୍ରଦର୍ଶନ ୮୭  ରନ କରିବା ସହ ୨ ଟି ୱିକେଟ ନେଇ ମ୍ୟାନ ଅଫ ଦ ମ୍ୟାଚ ଘୋଷିତ ହୋଇଥିଲେ ।  ଅନ୍ୟପକ୍ଷରେ ପ୍ରଥମ ଥର ପାଇଁ ଫାଇନାଲ୍‌ ଖେଳିଥିବା ଦକ୍ଷିଣ ଆଫ୍ରିକାର ସ୍ବପ୍ନ ଅଧୁରା ରହିଯାଇଛି ।

ଆଇସିସି ମହିଳା ବିଶ୍ବକପ୍ ଫାଇନାଲ : ପ୍ରଥମ ଥର ଚାମ୍ପିଅନ୍ ଲକ୍ଷ୍ୟରେ ଭାରତ