କନକ ବ୍ୟୁରୋ : ଭୂକମ୍ପରେ ବିପର୍ଯ୍ୟସ୍ତ ମିଆଁମାରକୁ ସହାୟତାର ହାତ ବଢାଇଲା ଭାରତ । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ୧୫ ଟନରୁ ଉର୍ଦ୍ଧ୍ବ ରିଲିଫ୍ ସାମଗ୍ରୀ ପଠାଯାଇଛି । ପର୍ଯ୍ୟାପ୍ତ ପରିମାଣରେ ତମ୍ବୁ ସାଙ୍ଗକୁ କମ୍ବଳ, ଖାଦ୍ୟ, ଜଳ ବିଶୋଧକ, ସ୍ୱାସ୍ଥ୍ୟ କିଟ୍, ସୌର ଲ୍ୟାମ୍ପ, ଜେନେରେଟର ସେଟ୍ ଏବଂ ଅତ୍ୟାବଶ୍ୟକ ଔଷଧିୟ ସାମଗ୍ରୀ ପଠାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ବିଶାଳ ଭୂମିକମ୍ପରୁ ସୃଷ୍ଟି ହୋଇଥିବା ପରିସ୍ଥିତି ଉପରେ ଚିନ୍ତା ପ୍ରକଟ କରିଛନ୍ତି । ଏଭଳି ଦୁଃଖଦ ମୁହୂର୍ତ୍ତରେ ଭାରତ ଉଭୟ ଦେଶସହ ଛିଡ଼ାହେବା ସହ ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ପ୍ରସ୍ତୁତ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ଏବେ ନଜର ପକାନ୍ତୁ ଏହି ଭୀଷଣ ବିପର୍ଯ୍ୟୟରେ କେତେ କ୍ଷୟକ୍ଷତି ହୋଇଛି...
ଭୂକମ୍ପ ଝଟକା: ବଢୁଛି ମୃତ୍ୟୁ ସଂଖ୍ୟା
-ମିଆଁମାର ଓ ଥାଇଲ୍ୟାଣ୍ଡରେ ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ
-ମିଆଁମାରରେ ୧୮୦ରୁ ଅଧିକ ଲୋକଙ୍କ ମୃତ୍ୟୁ
-୭୦୦ରୁ ଅଧିକ ଆହତ, ଅନେକ ନିଖୋଜ
-ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକ୍ରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି
-ଉତ୍ତର ଭାରତର କେତେକ ରାଜ୍ୟରେ ମଧ୍ୟ ପଡିଛି ପ୍ରଭାବ
-ବାଂଲାଦେଶ, ଭିଏତ୍ନାମ ଏବଂ ଚୀନ୍ର ଦକ୍ଷିଣପଶ୍ଚିମ ୟୁନାନ୍ ପ୍ରଦେଶରେ ଝଟକା
-ଭୂକମ୍ପଜନିତ ନିଖୋଜଙ୍କ ସଂଖ୍ୟା ୨ ଶହ ଅତିକ୍ରମ
-କେନ୍ଦ୍ରସ୍ଥଳ ସଗାଇଙ୍ଗ ସହରର ୧୬ କିମି ଦକ୍ଷିଣ ପଶ୍ଚିମରେ
-୮୦ରୁ ଅଧିକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା