କନକବ୍ୟୁରୋ  :  ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ମହିଳା ଭକ୍ତ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି ।  ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା' ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି  ।  ଏହି ସ୍ବତନ୍ତ୍ର ଗୃହ ପାଇଁ ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ଜାଗା ଚିହ୍ନଟ ହୋଇଛି ।

Advertisment

 ସମ୍ପୃକ୍ତ ଗୃହର ଗୋପନୀୟତା, ପରିମଳ ଓ ମା' ତଥା ଶିଶୁଙ୍କ ସ୍ବାଛନ୍ଦ୍ୟ ଉପରେ ଦୃଷ୍ଟି ରଖିବା ପାଇଁ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ମଧ୍ୟ ରହିବେ ।  ଦୀର୍ଘ ଦିନ ଧରି ଏନେଇ ଦାବି ହୋଇ ଆସୁଥିଲା । ମହିଳା ଭକ୍ତଙ୍କ ପ୍ରତି ଉତ୍ତରଦାୟିତ୍ବ ନିର୍ବାହ ପାଇଁ ଏହି ବ୍ୟବସ୍ଥା ତୁରନ୍ତ କାର୍ୟ୍ୟକାରୀ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢ଼ୀ ।