ଆଜି ବି ବର୍ଷିବ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment

ଆଂଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଭିତରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଆଂଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଭିତରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

rain

କନକବ୍ୟୁରୋ: ସୃଷ୍ଟି ହୋଇଥିବା ଗଭୀର ଅବପାତ କ୍ରମଶଃ ଦୁର୍ବଳ ହେବା ଆରମ୍ଭ କରୁଛି  । ଆଗାମୀ ୨୪ ଘଂଟା ମଧ୍ୟରେ ପଶ୍ଚିମ ଦିଗକୁ ଗତିକରି ଝାଡ଼ଖଣ୍ଡ ଓ ଛତିଶଗଡ଼ ଆଡ଼କୁ ମୁହାଁଇବ । ତେବେ ଏହାର ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଭିତରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି । 

ଏନେଇ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ା। ଏହିସବୁ ଜିଲ୍ଲାରେ ବର୍ଷାର ପରିମାଣ ୭ରୁ ୧୧ ସେଣ୍ଟିମିଟର ଯାଏ ରହିପାରେ।  ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe